୩୦୦୦ ତଳେ ଦୈନିକ ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୨୯୧୨ କୋଭିଡ୍ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର ୨୫।୦୬ : ଜୁନ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୯୧୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୯୩୫୦୮ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୭୫ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୧୨୩୭ ଜଣ ଲୋକାଲ୍ କେସ୍ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୧୯ଜଣ, ବାଲେଶ୍ୱର ଜିଲ୍ଲାରୁ ୨୨୦ଜଣ, ବରଗଡ଼ ଜିଲ୍ଲାରୁ ୩୧ଜଣ, ଭଦ୍ରକ ଜିଲ୍ଲାରୁ ୧୩୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୨ଜଣ, ବୌଦ୍ଧ ଜିଲ୍ଲାରୁ ୧୮ଜଣ, କଟକ ଜିଲ୍ଲାରୁ ୩୮୨ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୨ଜଣ, ଗଜପତି ଜିଲ୍ଲାରୁ ୧୩ଜଣ, ଗଞ୍ଜାମ ଜିଲ୍ଲାରୁ ୧୮ଜଣ, ଜଗତସିଂହପୁର ଜିଲ୍ଲାରୁ ୧୩୧ଜଣ, ଯାଜପୁର ଜିଲ୍ଲାରୁ ୨୯୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୪ଜଣ, କଳାହାଣ୍ଡି ଜିଲ୍ଲାରୁ ୩୫ଜଣ, କନ୍ଧମାଳ ଜିଲ୍ଲାରୁ ୩୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୧ଜଣ, କେନ୍ଦୁଝର ଜିଲ୍ଲାରୁ ୭୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୦୧ଜଣ, କୋରାପୁଟ ଜିଲ୍ଲାରୁ ୫୪ଜଣ, ମାଲକାନଗିରି ଜିଲ୍ଲାରୁ ୪୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୭୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୫୦ଜଣ, ନୟାଗଡ଼ ଜିଲ୍ଲାରୁ ୧୪୦ଜଣ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୧୬୧ଜଣ, ରାୟଗଡ଼ା ଜିଲ୍ଲାରୁ ୫୨ଜଣ, ସମ୍ବଲପୁର ଜିଲ୍ଲାରୁ ୩୦ଜଣ, ସୋନପୁର ଜିଲ୍ଲାରୁ ୧୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭୧ଜଣ, ଷ୍ଟେଟ ପୁଲ୍ରୁ ୬୫ଜଣ ରହିଛନ୍ତି ।
Covid-19 Report For 24th June New Positive Cases: 2912 In quarantine: 1675 Local contacts: 1237 (Details of local contacts will be shared by concerned Dist Administration) District Wise Cases: 1. Angul: 119 2. Balasore: 220 3. Bargarh: 31 4. Bhadrak: 136 5. Balangir: 12
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୯୩୫୦୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୩୧୫୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୮୫୬୪୯୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୩୪୧୭୩୮୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments
Post a Comment